ନୟାଗଡ଼,(୨୭/୦୮):– ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨୦୨୦-୨୧ବର୍ଷ ପାଇଁ ଜିଲ୍ଲାସ୍ତରୀୟ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି । ବିଜୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକୁ ଜିଲ୍ଲାପାଳ ଡା. ପୋମା ଟୁଡୁ ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ସ୍ୱଚ୍ଛତାରେ ଉତ୍କର୍ଷ ପାଇଁ ମୋଟ ୧୦ଗୋଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ୨ଗୋଟି ସ୍ୱାସ୍ଥ୍ୟ ଉପକେନ୍ଦ୍ରକୁ ପୁରସ୍କୃତ କରାଯାଇଛି । ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ବର୍ଗରେ ପଦ୍ମାବତୀ ଓ ଦର୍ପନାରାୟଣପୁରକୁ ଯୁଗ୍ମ ବିଜେତା ଭାବେ ପ୍ରତ୍ୟେକଙ୍କୁ ନଗଦ ଦୁଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି । ଅନ୍ୟ ୮ଗୋଟି ସ୍ୱାସ୍ଥ୍ୟ କେନ୍ଦ୍ର ଓ ୨ଗୋଟି ସ୍ୱାସ୍ଥ୍ୟ ଉପକେନ୍ଦ୍ରକୁ ଯଥାକ୍ରମେ ଟ.୫୦,୦୦୦/- ଓ ଟ.୨୫,୦୦୦/- ପ୍ରୋତ୍ସାହନ ରାଶି ରୂପେ ପ୍ରଦାନ କରାଯାଇଛି । ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ(ପରିବାର କଲ୍ୟାଣ), ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ...