ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ଼ାଝୋଲା ଠାରେ ସାଇକମିଟି ଆନୁକୁଲ୍ୟରେ ଜନ୍ମାଷ୍ଟମୀ ଉପଲକ୍ଷେ ସାଇବାବାଙ୍କ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅବସରପ୍ରାପ୍ତ ଶିକ୍ଷକ ପ୍ରହଲ୍ଲାଦ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ବାହାଡ଼ାଝୋଲା ସମିତି ସଭ୍ୟା ଛବିରାଣୀ ସାହୁ, ପୂର୍ବତନ ସରପଞ୍ଚ ପ୍ରଶାନ୍ତ କୁମାର ସାହୁ, ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ବେହେରା, କାପ୍ତାପଲ୍ଲୀ ସମିତି ସଭ୍ୟ ବିଭୂତି ଭୂଷଣ ବେହେରା, ବରିଷ୍ଠ ବିଜେଡ଼ି କର୍ମୀ ତ୍ରିନାଥ ସ୍ୱାଇଁ, ସନାତନ ବେହେରା, କେଦାର ସେଠୀ, ସମାଜସେବୀ ସୂର୍ଯ୍ୟନାରାୟଣ ସାହୁ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପୌରାଣିକ ନାଟକ ପରିବେଷଣ ସହ ଯୋଗଦେଇଥିବା ସମସ୍ତ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ସାଇ କମିଟି ସଦସ୍ୟ କାହୁଁ ଚରଣ ପ୍ରଧାନ, ଅଖିଳ ବେହେରାଙ୍କ ସହିତ ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ସାଂସ୍କୃତିକ କାର୍ଯ୍ୟକ୍ରମରେ ଦଶପଲ୍ଲା ବିଧାୟକଙ୍କ ଯୋଗଦାନ
