ନୟାଗଡ଼,(୩୦/୦୮): ନୟାଗଡ଼ ବିଧାୟକ ତଥା କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ବ୍ଳକର ୪ଟି ପଞ୍ଚାୟତର ବିଭିନ୍ନ ଗ୍ରାମରେ ପହଞ୍ଚି ସମୀକ୍ଷା କରିଛନ୍ତି । ଚଣ୍ଡିବସ୍ତ, ନବଘନପୁର, ଲକ୍ଷ୍ମୀପ୍ରସାଦ ଓ ନାଟୁଗାଁ ପଞ୍ଚାୟତର ବିଭିନ୍ନ ଗାଁରେ ପହଞ୍ଚି ଲୋକଙ୍କ ପାଇଁ କରା ଯାଇଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଗ୍ରାମରେ ଲୋକଙ୍କ ଆବଶ୍ୟକତା ପାଇଁ କରାଯିବାକୁ ଥିବା କାମର ତାଲିକା ପ୍ରସ୍ତୁତ କରାଯାଇଛି । ଏଥିସହିତ ଲୋକଙ୍କ ସୁବିଧା ଅସୁବିଧା ବୁଝିଛନ୍ତି । ବିଭିନ୍ନ ଜନହିତକର କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ଲୋକଙ୍କ ସହ ଆଲୋଚନା କରିଛନ୍ତି । ଏହି ଗସ୍ତରେ ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ଭାଟସାହି ସରପଞ୍ଚ କିଶୋର ସାହୁ ପ୍ରମୂଖ ଉପସ୍ଥିତ ଥିଲେ।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ...