ଇଟାମାଟି,(୧୫/୦୯): ଅବସରପ୍ରାପ୍ତ ଶିକ୍ଷକ-ଶିକ୍ଷୟତ୍ରୀ ସଂଘ ଇଟାମାଟି ଗ୍ରାମ ପଞ୍ଚାୟତ ଆନୁକୁଲ୍ୟରେ ଅନୁଷ୍ଠାନର ଉପ ସଭାପତି ପ୍ରମୋଦ କୁମାର ମହାପାତ୍ରଙ୍କ ସଂଯୋଜନାରେ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର ସଭାପତି ପ୍ରହଲ୍ଲାଦ ଶାନ୍ତଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ରୂପେ ସରପଞ୍ଚ ସୋନାଲିକା ମନ୍ଥନ, ସମତି ସଭ୍ୟା ବବିତାରଣୀ ଜେନା, ସାମାଜିକ କର୍ମୀ ପ୍ରଫୁଲ୍ଲ କୁମାର ସାହୁ ଯୋଗ ଦେଇଥିଲେ । ଇଟାମାଟି ପଞ୍ଚାୟତ ସ୍ତରରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ୨୦୨୧ରେ ସର୍ବୋଚ୍ଚ ନମ୍ବର ରଖିଥିବା ୬ଜଣ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଣି ସହ ମାନପତ୍ର ପ୍ରଦାନ କରାଯାଇଥିଲା । ପରିଶେଷରେ ଅନୁଷ୍ଠାନର ସମ୍ପାଦକ ପ୍ରସନ୍ନ କୁମାର ଦାଶଙ୍କ ଅଭିଭାଷଣ ପରେ ସହ ସମ୍ପାଦକ ଶ୍ୟାମ ସୁନ୍ଦର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

