ନୟାଗଡ଼,(୨୪/୦୯): ଜିଲ୍ଲା ପରାମର୍ଶଦାତା କମିଟି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟର ସଦଭାବନା ଗୃହ ପରିସରରେ ଉପ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଯୁବା କାର୍ଯ୍ୟକ୍ରମ ୨୦୨୧ – ୨୨ ଉପରେ ଆଲୋଚନା କରାଯାଇଥିଲା। ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରଖି ନେହେରୁ ଯୁବା କେନ୍ଦ୍ର କାର୍ଯ୍ୟ କରିବାକୁ ଉପ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ବିପର୍ଯ୍ୟୟ ପରିଚାଳନା ତାଲିମ ଯୁବକଙ୍କୁ ପ୍ରଦାନ କରିବାକୁ ଉପ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଯୁବା ଅଧିକାରୀ ଅନୁରାଗ କୁମାର ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସତ୍ୟବ୍ରତ ମହାରଣା ଓ ଦୀପକ କୁମାର କ୍ଳବ ପ୍ରତିନିଧି ଭାବେ ଯୋଗ ଦେଇଥିଲେ। ନୟାଗଡ଼ ଯୁବ ସ୍ୱେଚ୍ଛାସେବୀମାନଙ୍କ ପ୍ରତିନିଧି ଭାବେ ଆଶୁତୋଷ ଦାସ ଯୋଗଦେଇ ଯୁବକ ମାନେ ତୃଣମୂଳ ସ୍ଥରରେ ସମାଜସେବା କ୍ଷେତ୍ରରେ ସମ୍ମୁଖୀନ ହେଉଥିବା ଅସୁବିଧା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ।

