ନୟାଗଡ଼,(୨୬/୦୯): ଆଜି ମଧ୍ୟରାତ୍ରରେ ବାତ୍ୟା ‘ଗୁଲାବ’ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୧ଟି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସ୍ଥିତି ନେଇ ଆଜି ନୂଆଦିଲ୍ଲୀରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ଅବସରରେ ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଦେଇଥିଲେ ଏହି ନିର୍ଦ୍ଦେଶ। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି। ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମଙ୍ଗଳବାର ଦିନ ସ୍ଥିତିକୁ ବିଚାର କରି ଜିଲ୍ଲାପାଳମାନେ ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା ରହିବ କି ବନ୍ଦ କରାଯିବ ସେ ନିଷ୍ପତ୍ତି ନେବେ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...