ଇଟାମାଟି,(ନୟାଗଡ଼ ଦର୍ପଣ): ଇଟାମାଟି ସରପଞ୍ଚ ସୋନାଲିକା ମନ୍ଥନଙ୍କ ଆବାହକତ୍ୱରେ ପଞ୍ଚାୟତରେ ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତି ଉପଲକ୍ଷେ ବିଶ୍ୱ ଶାନ୍ତି ପ୍ରତିଷ୍ଠା ନିମନ୍ତେ ୧୨୦ମିଟର ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ମହାତ୍ମାଗାନ୍ଧୀଙ୍କ ଜୀବନଶୈଳୀ ଉପରେ ସମବେତ ଜନତାଙ୍କୁ ଉଦବୋଧନ ଦେଇଥିଲେ । ଏହି ଅବସରରେ ଇଟାମାଟି ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକ, ସମିତି ସଭ୍ୟା ବବିତାରାଣୀ ଜେନା, ଆଶିଷ କୁମାର ଅଗ୍ରୱାଲ, ଶ୍ରବଣ କୁମାର ରାମ, ବଣିକ ସଂଘ ସଭାପତି କିଶୋର ଚନ୍ଦ୍ର ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ବହୁ ସଂଖ୍ୟାରେ ଯୋଗଦେଇ ଦେଇଥିବା ବେଳେ ଯୁବ କବିି ଦିଲ୍ଲୀପ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

