ଓଡ଼ଗାଁ,(ନୟାଗଡ଼ ଦର୍ପଣ)- ଓଡ଼ଗାଁ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତିନିଦିନ ଧରି ଚାଲୁରହିଥିବା ଏକ ଶିକ୍ଷକ ତାଲିମ ଶିବିର ଆଜି ଉଦଯାପିତ ହୋଇଛି। ଗତ ୫ତାରିଖ ଠାରୁ ଉକ୍ତ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଆଜି ସମାପ୍ତ ହୋଇଛି। ଉକ୍ତ ତାଲିମ କାର୍ଯ୍ୟକ୍ରମରେ ଓଡ଼ଗାଁ ସମେତ ଶରଣକୁଳ, ନନ୍ଦିଘୋର, ଗୌଡ଼ପୁଟ, ମଶାବାରୀ, କୋମଣ୍ଡ, କୁରାଳ, ବାଉଁଶଗାଡ଼ିଆ ଓ ସୁନାମୁହିଁ କ୍ଲଷ୍ଟରର ପ୍ରତ୍ୟେକ ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକଙ୍କ ସହ ଜଣେ ଉତ୍ସର୍ଗୀକୃତ ଶିକ୍ଷକଙ୍କୁ ମିଶାଇ ପ୍ରାୟ ୧୮୦ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିବାବେଳେ ରାଜ୍ୟ ସାଧନକର୍ମୀ ସୌଦାମିନୀ ମହାପାତ୍ର, ଜିଲ୍ଲା ସାଧନକର୍ମୀ ମନୋଜ କୁମାର ନାୟକ, ବୁଦ୍ଧିଆ ପାତ୍ର ଓ ପ୍ରଫୁଲ୍ଲ କୁମାର ପ୍ରଧାନ ପ୍ରମୁଖ ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଏ ଅବସରରେ ଜାତୀୟ ଶିକ୍ଷାନୀତି ଆଧାରରେ ୨୦୨୫ ମସିହା ସୁଦ୍ଧା ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ତୄଣମୂଳ ସ୍ତରରେ ପ୍ରଥମ, ଦ୍ୱିତୀୟ ଓ ତୄତୀୟ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କର ଭାଷା ଏବଂ ଗଣିତର ସର୍ବନିମ୍ନ ଦକ୍ଷତା ହାସଲ କ୍ଷେତ୍ରରେ ତଥା ଜାତୀୟ ଉପଲବ୍ଧି ସର୍ବେକ୍ଷଣ କାର୍ଯ୍ୟକ୍ରମରେ କିପରି ସଫଳତା ହାସଲ କରିହେବ ତାହା ଏହି ତାଲିମ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଏବିଇଓ ଭାଗ୍ୟଲତା ଦାଶ ସୂଚନା ଦେବା ସହ ବିଇଓ ଗୀତାଞ୍ଜଳି ସାହୁ ଏହି ତାଲିମ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଖୁବ୍ ଗୁରୁତ୍ୱ ବହନ କରେ ବୋଲି ପ୍ରକାଶ କରିଛନ୍ତି। ସିଆରସିସି ଚିତ୍ତରଞ୍ଜନ ମିଶ୍ର, ତ୍ରିଲୋଚନ ସାମନ୍ତରା, ଚିତ୍ତ ମିଶ୍ର ଉକ୍ତ ତାଲିମ କାର୍ଯ୍ୟକ୍ରମରେ ସହଯୋଗ କରିଥିବାବେଳେ ସିଆରସିସି ସୁଶେନ୍ଦୁ କୁମାର ଷଡ଼ଙ୍ଗୀ ସମସ୍ତ ତିନିଦିନିଆ କାର୍ଯ୍ୟକ୍ରମର ସଫଳ ପରିଚାଳନା କରିଥିଲେ।
Related posts
-
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ... -
ବ୍ଲକ ସ୍ତରୀୟ ଗୀତାଆବୃତ୍ତି ପ୍ରତିଯୋଗିତା ଆୟୋଜିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶା ଆନୁକୁଲ୍ୟରେ ଗୀତା ସୁଗୀତା କର୍ତବ୍ୟା କାର୍ଯକ୍ରମ ମାଧ୍ୟମରେ ଓଡ଼ଗାଁ ବ୍ଲକ ସ୍ତରୀୟ ଗୀତା... -
ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡି
Comments Off on ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡିନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ...