କଥା ଓ କବିତାର ଶାରଦୀୟ ଉତ୍ସବ ‘ସମ୍ଭାର’ ଆୟୋଜିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ଦ୍ୱାରା ଆୟୋଜିତ କଥା ଓ କବିତାର ଶାରଦୀୟ ସାହିତ୍ୟ ଉତ୍ସବ ‘ସମ୍ଭାର’ ନୟାଗଡ଼ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ପରିଷଦ ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ତଥା ଅଧ୍ୟାପକ ଅଶୋକ ନାୟକ ଯୋଗଦାନ କରିଥିବା ବେଳେ ନାଟ୍ୟକାର ଓ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର କହଁର କାର୍ଯ୍ୟକ୍ରମକୁ ଉଦଘାଟନ କରିଥଲେ । ମୁଖ୍ୟବକ୍ତା ଭାବେ କଥାକାର ତଥା ସାମ୍ବାଦିକ ଶୁଭ୍ରାଶୁଂ ପଣ୍ଡା ଏବଂ ବିଶିଷ୍ଟ ଅତିଥିଭାବେ ପ୍ରତିଷ୍ଠିତ ବ୍ୟଙ୍ଗକବି ତଥା ସୁସମାଲୋଚନ ଏବଂ ସ୍ତମ୍ଭକାର ଡଃ କୁଳାଙ୍ଗାର ଯେଗଦାନ କରି ‘ଓଡ଼ିଆ ଭାଷା ସାହିତ୍ୟରେ ଯୁବପିଢ଼ିର ଉତ୍ତର ଦାୟିତ୍ୱ’ ପ୍ରସଙ୍ଗରେ ଆଲୋଚନା କରିଥଲେ । ଜିଲ୍ଲା ଲେଖକ ପରିଷଦର ସମ୍ପାଦକ ଶେଖ ଅବଦୁଲ ଖାଲିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପସ୍ଥିତ ଅତିଥିମାନଙ୍କୁ ଉପଢୌକନ ଏବଂ ସ୍ମୃତିଫଳକ ପ୍ରଦାନ କରା ସମ୍ବର୍ଦ୍ଧିତ ଯାଇଥିଲା । ପରବର୍ତ୍ତି ପର୍ଯ୍ୟାୟରେ ଅନୁଷ୍ଠିତ କବିତା ପାଠୋତ୍ସବରେ ଉପସ୍ଥିତ କବି ଏବଂ କବୟିତ୍ରୀ ମାନେ ସ୍ୱରଚିତ କବିତା ପାଠ କରିଥିବା ବେଳେ ଅଶୋକ ମଲ୍ଲ,ସ୍ମିତା ସ୍ୱାଇଁ, କାଦମ୍ବିନୀ ମହାପାତ୍ର ଏବଂ ଗଣେଶ ମିଶ୍ର ପ୍ରମୁଖ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାରୁ ଶତାଧିକ କବି, ଲେଖକ ତଥା ସାହିତ୍ୟପ୍ରେମୀ ମାନେ ଯୋଗଦାନ କରିଥିଲେ ।

Related posts