ବିଶ୍ବ ପୋଲିଓ ଦିବସରେ ରୋଟାରୀ କ୍ଲବ ପକ୍ଷରୁ ବୃକ୍ଷ ରୋପଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ବିଶ୍ବ ପୋଲିଓ ଦିବସ ଉପଲକ୍ଷେ ନୟାଗଡ ରୋଟାରୀ କ୍ଲବ ତରଫରୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏକ କାର ରାଲିର ଆୟୋଜନ କରାଯାଇଥିଲା । ଏହି କାର ରାଲି ନୟାଗଡ଼ ଖଣ୍ଡପଡା ରୋଡ଼ ସ୍ଥିତ ରୋଟାରୀ କ୍ଲବରୁ ଆରମ୍ଭ ହୋଇ ଗୋଳଗୋଳା ଗ୍ରାମରେ ଶେଷ ହୋଇଥିଲା । ଏହି ରାଲିରେ ରୋଟାରୀ କ୍ଲବର ସଭାପତି ଧୀରେନ୍ଦ୍ର ପଟ୍ଟନାୟକ ଏବଂ ସଂପାଦକ ମିହିର ରଞ୍ଜନ ନାୟକଙ୍କ ସମେତ ଅନେକ ରୋଟାରିଆନ ମାନେ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ପଥପାର୍ଶ୍ବ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା।

Related posts