ନୟାଗଡ଼,(ନୟାଗଡ଼ ଦର୍ପଣ): ପରମ୍ପରା ସାହିତ୍ୟ ଏବଂ ସଂସ୍କୃତି ପରିଷଦର ୨୬ତମ ସାରସ୍ୱତ ସମାରୋହ ନୟାଗଡ଼ ସ୍ଥିତ କେସି କ୍ଲବ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ସୁକାନ୍ତି ମହାନ୍ତିଙ୍କ ପୌରହତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ କବି ପିନାକୀ ସିଂ, ଉତ୍କଳ ସାହିତ୍ୟ ସମାଜ ସଭାପତି ତରୁଣ କୁମାର ସାହୁ, ନୟାଗଡ଼ ଜିଲ୍ଲା ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ଅଧ୍ୟାପକ ଅଶୋକ ନାୟକ, କବି ବିରଞ୍ଚି ନାରାୟଣ ତ୍ରିପାଠୀ, ପ୍ରଧାନୀ ବୃନ୍ଦାବନ ମହାପାତ୍ର, ଡ଼ଃ. ପବିତ୍ର ସୁବୁଦ୍ଧି, ଶେଖ ଅବଦୁଲ ଖାଲିକ, ଅଶୋକ ମଲ୍ଲ, ସ୍ମିତା ସ୍ୱାଇଁ ପ୍ରମୁଖ ଯୋଗଦାନ କରିଥିଲେ। ଅନୁଷ୍ଠାନର ସଂପାଦକ ନିର୍ମଳ ଚନ୍ଦ୍ର ଶୂରଦେଓ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ଉପଢ଼ୌକନ ଏବଂ ମାନପତ୍ର ଦିଆଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଭବ୍ୟ କାର୍ଯ୍ୟକ୍ରମରେ ଓଡ଼ଗାଁର ସୁନାମଧନ୍ୟ ସାହିତ୍ୟ ଅନୁଷ୍ଠାନ ଶ୍ରୀଶ୍ରୀ ରଘୁନାଥ ସାରସ୍ୱତ ସଂସଦର ସଭ୍ୟ ତଥା ଯୁବକବି ଜୀବନ ଜ୍ୟୋତି ଷଡ଼ଙ୍ଗୀଙ୍କୁ ‘ପରମ୍ପରା ଯୁବକବି ସମ୍ମାନ’ରେ ସମ୍ମାନିତ କରଯାଇଛି। ଯୁବ ବୟସରୁ ସାହିତ୍ୟ ରଚନା ପ୍ରତି ତାଙ୍କର ଅନୁରାଗକୁ ସାହିତ୍ୟିକମାନେ ପ୍ରଶଂସା କରିବା ସହ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।
ଜୀବନ ଜ୍ୟୋତି ଙ୍କୁ ପରମ୍ପରା ଯୁବକବି ସମ୍ମାନ
