ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆଜି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମକୁ ନେଇ ସଦଭାବନା ଗୃହରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି ସଂଶୋଧନ କାର୍ଯ୍ୟକ୍ରମ ଚାଲିବ। ଭୋଟରମାନେ ନିଜ ନିଜର ତଥ୍ୟ ଯୋଗ କରିବା ପାଇଁ ଫର୍ମ ସଂଖ୍ୟା ୬, ବାଦ ଦେବା ପାଇଁ ଫର୍ମ ସଂଖ୍ୟା ୭ ଏବଂ ସଂଶୋଧନ କରିବା ପାଇଁ ଫର୍ମ ସଂଖ୍ୟା ୮ ମାଧ୍ୟମରେ ଆବେଦନ କରିବାକୁ ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡା. ଟୁଡୁ ସୂଚନା ଦେଇଛନ୍ତି । ଭୋଟରମାନଙ୍କ ସ୍ଥାନ ପରିବର୍ତ୍ତନ ପାଇଁ ଫର୍ମ ସଂଖ୍ୟା ୮(କ) ମାଧ୍ୟମରେ ଆବେଦନ କରିବାକୁ କୁହାଯାଇଛି । ଏହା ବାଦ ଭୋଟରମାନେ ନିଜେ ନିଜର ସଂଶୋଧନ, ଯୋଗ ଏବଂ ବାଦ ଦେବା ପାଇଁ ଭାରତୀୟ ନିର୍ବାଚନ ଆୟୋଗ ଚଳିତ ଥର ସ୍ୱତନ୍ତ୍ର ଭୋଟର ହେଲ୍ପଲାଇନ ଆପ୍ ଲଞ୍ଚ କରିଥିବା ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ସୂଚନା ଦେଇଛନ୍ତି । ଜିଲ୍ଲା ପ୍ରଶାସନ ଆସନ୍ତା ୭ ତାରିଖ ଏବଂ ୨୧ ତାରିଖ ଦୁଇଟି ରବିବାର ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବ୍ୟବସ୍ଥା କରିଥିବା ସୂଚନା ମିଳିଛି । ଚଳିତ ଥର ନୂତନ ଭୋଟର କାର୍ଡ଼କୁ ବିଏଲ୍ଓଙ୍କ ମାଧ୍ୟମରେ ଦିଆନଯାଇ ସିଧା ସଳଖ ପୋଷ୍ଟାଲ୍ ଠିକଣା ଯୋଗେ ପଠାଯିବାର ବ୍ୟବସ୍ଥା ହୋଇଛି । ଆବେଦନ ସମୟରେ ଠିକଣାକୁ ସ୍ପଷ୍ଟ ଭାବେ ଲେଖିବାକୁ ପରାମର୍ଶ ଦିଆଯାଇଛି । ପ୍ରତ୍ୟେକ ରାଜନୈତିକ ଦଳ ବୁଥ ସ୍ତରରେ ନିଜ ନିଜର ଏଜେଣ୍ଟ ନିଯୁକ୍ତ କରିବାକୁ ସାମ୍ବାଦିକ ସମ୍ମିଳନୀରେ ଅପିଲ କରାଯାଇଛି ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...