ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ବିଜେପି ଓ କଂଗ୍ରେସର ଶହଶହ କର୍ମୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି।ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ.ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହିତ ବିଧାୟକ ଡ.ସାହୁଙ୍କ ବିକାଶ ମୂଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଉକ୍ତ ବିରୋଧି ଦଳର ପ୍ରମୁଖ ନେତାମାନେ ବିଜେଡିରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି। ନୟାଗଡ଼ ବ୍ଲକର ୬ ଗୋଟି ପଞ୍ଚାୟତର ଶହ ଶହ କର୍ମି ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ର ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ବରାଡ଼, ସମାଜସେବୀ ଶ୍ରୀକାନ୍ତ ଖଟେଇ ଏବଂ ତାଙ୍କ ସହଧର୍ମିଣୀ ତଥା ନୟାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ଚେୟାରମ୍ୟାନ ନିରୁପମା ଖଟେଇ, ରାଜ ପ୍ରଧାନଙ୍କ ସମେତ ନୟାଗଡ଼ ପୌରପରିଷଦର ବିଭିନ୍ନ ୱାର୍ଡରୁ ବହୁ ବିରୋଧି କର୍ମୀ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ସେହିପରି ଭାବେ ନୟାଗଡ଼ ବ୍ଲକର ୬ ଗୋଟି ପଞ୍ଚାୟତର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି । ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତର ୧୪ ଗୋଟି ପରିବାର, ବିରୁଡା ଗ୍ରାମ ପଞ୍ଚାୟତର ୨୭ ଗୋଟି ପରିବାର, କ୍ରୀଦାସପୁର ପଞ୍ଚାୟତର ୧୦ ଗୋଟି ପରିବାର, ଶରଧାପୁର ଗ୍ରାମପଞ୍ଚାୟତର ୧୫ ଗୋଟି ପରିବାର, ଗମ୍ଭାରିଡିହି ପଞ୍ଚାୟତର ୫୦ ଗୋଟି ପରିବାର ଓ ଖୁଣ୍ଟୁବନ୍ଧ ପଞ୍ଚାୟତର ୨୧ ଗୋଟି ପରିବାର ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଉକ୍ତ ମିଶ୍ରଣ ପର୍ବରେ ନୟାଗଡ଼ ବ୍ଲକ ଉପାଧ୍ୟକ୍ଷ ସୁବାଷ କଅଁର, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ, ନିରଞ୍ଜନ ବିଧାର, ଗଙ୍ଗାଧର ପଣ୍ଡା, ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ । ଏଥିସହିତ ବହୁ ଯୁବ ଛାତ୍ର, ବିଜେଡିର କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
February 4, 2025 Jajati Comments Off on ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନାନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...