ଅଭିଭାବକ, ଶିକ୍ଷକ ବୈଠକ ଓ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓଡ଼ଗାଁରେ ଆଜି ଛାତ୍ର ଅଭିଭାବକ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦିନ ପରେ କରୋନା ପ୍ରଭାବରେ ବିଦ୍ୟାଳୟ ବନ୍ଦ ଥିଲା। ଗତ ୨୨ତାରିଖ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କ ପ୍ରାରମ୍ଭିକ ଆକଳନ କରାଯାଇଥିଲା। ସେମାନେ କେତେ ଦକ୍ଷତା ହାସଲ କରିଛନ୍ତି ସେ ବିଷୟରେ ସଭିଙ୍କୁ ଅବଗତ କରାଯାଇଥିଲା।ବିଦ୍ୟାଳୟକୁ ଛାତ୍ର ଛାତ୍ରୀମାନେ ନିୟମିତ ଆସିବା, ଛାତ୍ରଛାତ୍ରୀଙ୍କ ଶିକ୍ଷା ସମ୍ବନ୍ଧୀୟ ସମସ୍ୟା ଉପରେ ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାତୀ ପଟ୍ଟନାୟକ, ସୌଦାମିନୀ ମହାପାତ୍ର ବିଷଦ ଭାବରେ ଆଲୋଚନା କରିଥିଲେ। ପରେ ଶରଣକୁଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ରାକେଶ କୁମାର ସାହୁଙ୍କ ସହିତ ସ୍ୱାସ୍ଥ୍ୟ କର୍ମୀ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ମାସ୍କ ଓ ସାନିଟାଇଜର ବ୍ୟବହାର, ସାମାଜିକ ଦୂରତା ରଖିବା ଓ ହାତଧୋଇବା ଉପରେ ଡାକ୍ତର ଓ ଶିକ୍ଷକ ପଞ୍ଚାନନ ପଣ୍ଡା ଅନେକ ଶିକ୍ଷଣୀୟ ବାର୍ତ୍ତା ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ନରେଶ ପାଣିଗ୍ରାହୀ ଓ ଲିପ୍ସା ଦାଶ ପରିଚାଳନା କରିଥିଲେ।

Related posts