ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ସ୍ଥିତ ରଘୁନାଥ ସମବାୟ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଷ୍ଟେଟବ୍ୟାଙ୍କ ଅଫ୍ ଇଣ୍ଡିଆ ସହାୟତାରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଦ୍ୱାରା ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ୟାଙ୍କ ତରଫରୁ ଶାଖା ପରିଚାଳକ ସନ୍ତୋଷ କୁମାର ସେଠୀ, ଉପଶାଖା ପରିଚାଳକ ସନ୍ଦିପ ପଣ୍ଡା ଓ ଶୁଭଜିତ ପୃଷ୍ଟି ଅଂଶଗ୍ରହଣ କରି ୟୋନୋ ବ୍ୟାଙ୍କ ସମ୍ପର୍କରେ ବୁଝାଇଥିଲେ। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମହମ୍ମଦ୍ ଓମାର ମଲ୍ଲିକ ଅଧ୍ୟକ୍ଷତା କରିଥିଲେ। ଏହା ପରେ ଜାତୀୟ ସେବା ଯୋଜନାର ସ୍ଵେଚ୍ଛାସେବୀମାନେ ମହାବିଦ୍ୟାଳୟ ପରିସରରେ ଏକ ସ୍ଵଚ୍ଛ ଭାରତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଶୁକାନ୍ତ କୁମାର ସାହୁ, ନିରୋଜ ପ୍ରଧାନ, ପ୍ରଶାନ୍ତ ପଣ୍ଡା, ଶୁଭଶ୍ରୀ ଶୁଭସ୍ମିତା ନନ୍ଦ, ମନୋଜ କୁମାର ବିଶ୍ବାଳ, ସୁରୋଜ କୁମାର ରାଉତ, ସୁଜାତା ବିଶୋଇ, ତାପସ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିବା ବେଳେ ବହୁ ସ୍ଵେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଅଧ୍ୟାପକ ପ୍ରଦୀପ କୁମାର ବିଶ୍ଵାଳ ପରିଚାଳନା କରିଥିଲେ।
Related posts
-
ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯକ୍ରମର ଉଦଯାପନ ଉତ୍ସବ ପାଳିତ
ଶରଣକୂଳ, (ନୟାଗଡ଼ ଦର୍ପଣ): ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୋଡିପଡା ଠାରେ ୮ଦିନ ବ୍ୟାପି ଚାଲୁଥିବା ବାଳିକା ଆତ୍ମ... -
ଜିଲ୍ଲା ଏ.ଡି.ଇ.ଓ ସଂଘର ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଅନ୍ତର୍ଗତ ଓଡଗାଁ ବ୍ଲକ ଦୁତିକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏ.ଡି.ଇ.ଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା... -
ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସରେ ବାହାଡ଼ା ଝୋଲା ଉଚ୍ଚ ବିଦ୍ୟାଳୟର ଦୁଇ କୃତୀ ଛାତ୍ରଙ୍କ କମାଲ
January 23, 2025 Jajati Comments Off on ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସରେ ବାହାଡ଼ା ଝୋଲା ଉଚ୍ଚ ବିଦ୍ୟାଳୟର ଦୁଇ କୃତୀ ଛାତ୍ରଙ୍କ କମାଲନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ଓଡ଼ଗାଁ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ବାରା ତା ୨୨.୦୧.୨୦୨୫...