ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ପୁରୁଣା ସହର ଦକ୍ଷିଣ କାଳି ମନ୍ଦିର ନିକଟରେ ଅତ୍ୟାଧୁନିକ ବ୍ୟାୟାମଶାଳା ଉଦଘାଟିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଯୋଜନା, ସମନ୍ୱୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଏହାର ଶୁଭ ଉଦଘାଟନ କରିଛନ୍ତି । ଏହି ବ୍ୟାୟାଶାଳାରେ ମୋଟ ୧୭ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଅତ୍ୟାଧୁନିକ ବୈଦ୍ୟୁତିକ ସରଞ୍ଜାମ ପ୍ରୟୋଗ କରାଯାଇଥିବା ଜଣାପଡିଛି। ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଯୋଗ ଦେଇଥିବା ବେଳେ, ପୌର ପରିଷଦର ନିର୍ବାହି ଅଧିକାରୀ ସନ୍ତୋଷ କୁମାର ଯେନା ଉପସ୍ଥିତ ରହିଥିଲେ । ନୟାଗଡ଼ ପୁରୁଣା ସହରର ଟାଇଗର କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସହରର ବହୁ ଯୁବ, ଛାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
Related posts
-
ମାଟ୍ରିକର ୮୪ବ୍ୟାଚ ସହପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ମାଟ୍ରିକର ୮୪ବ୍ୟାଚର ସହପାଠୀ ତଥା ଆଦର୍ଶ ଶିକ୍ଷକ କିଶୋର ଚନ୍ଦ୍ର ସେନାପତିଙ୍କ ଆକସ୍ମିକ ବିୟୋଗରେ ଏକ ଶୋକ ତଥା... -
ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା
ନୟାଗଡ଼, (ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା PTS ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ... -
ଭଏସ୍ ଅଫ୍ ନୟାଗଡ଼ ସିଜିନ-୫
ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଠାରୁ ଆରମ୍ଭ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼...