ନୟାଗଡ଼,(ନୟାଗଡ ଦର୍ପଣ): ଓଡିଶା ସାହିତ୍ୟ ଏକାଡେମୀର ପ୍ରତିଷ୍ଠା ଦିବସ ଅବ୍ୟବହିତ ପୂର୍ବରୁ ଉଭୟ ଓଡିଶା ସାହିତ୍ୟ ଏକାଡେମୀ ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ଚାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜିଲ୍ଲାସ୍ତରୀୟ ବକ୍ତୃତା, ଦେଶାତ୍ମବୋଧକ କବିତା ଆବୃତି ଏବଂ ସାହିତ୍ୟ ସଂପର୍କ ସାଧାରଣ ଜ୍ଞାନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଠର ଜଣ ଛାତ୍ର ଏବଂ ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ସଫଳ ହୋଇଥିବା ତିନି ଜଣ ଛାତ୍ରଛାତ୍ରୀ ତଥା ବିଚାରକ ମାନଙ୍କୁ ଯଥାକ୍ରମେ ପୁରସ୍କାର ଏବଂ ସମ୍ବର୍ଦ୍ଧିତ କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲା ସଂସ୍କୃତି ବିଭାଗ ଅଧିକାରୀ ଟଙ୍କଧର ଭୋଇଙ୍କ ସଂଯୋଜନାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଡ.ପୋମା ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ଛାତ୍ର ଛାତ୍ରୀ ମାନେ ଏ ଜାତିର ସଂପଦ’ ସେମାନଙ୍କର ଯତ୍ନ ନେଲେ ଓଡ଼ିଆ ସାହିତ୍ୟ ଭାଷା ଓ ସଂସ୍କୃତି ସମୃଦ୍ଧ ହେବ । ରାଜ୍ୟସ୍ତରରେ ସଫଳତା ଆଣିଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରେଶ୍ମା ସ୍ୱାଇଁ, ଜବାହାର ନବୋଦୟ ବିଦ୍ୟାଳୟର ରଣପୁର ଛାତ୍ରୀ ଆୱୋଲିନା ଜିଲ୍ଲାର ଗୌରବ ବୋଲି ଜିଲ୍ଲାପାଳ କହିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ଅଶୋକ କୁମାର ନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭିତରେ ପ୍ରଚୁର ସମ୍ଭାବନା ଭରି ରହିଛି । ଅନୁକୂଳ ବାତାବରଣ ପାଇଲେ ତାର ପରିପ୍ରକାଶ ଫଳିତ ହେବ । ଏଥିପାଇଁ ସମସ୍ତଙ୍କର ଆନ୍ତରିକତା ଆବଶ୍ୟକତା ରହିଛି ବୋଲି ପ୍ରକାଶ କରିଥିଲେ । ଜିଲ୍ଲାର ୪୯ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୧୮ ଜଣ ଏବଂ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ତିନିଜଣ । ୧୪ ଜଣ କବି ସାହିତିକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।
Related posts
-
ଧନ୍ଦାମୂଳକ ଶିକ୍ଷା ପରିଧାନ ବିଭାଗର ଶିକ୍ଷକ ପ୍ରଶିକ୍ଷକ ଅଭିଭାବକ ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷା ପରିଧାନ ବିଭାଗର ଶିକ୍ଷକ... -
ନବବର୍ଷରେ ପାଇଥିବା ଉପହାରକୁ ଛାତ୍ରଛାତ୍ରୀଙ୍କୁ ବିତରଣ କଲେ ନୟାଗଡ଼ ଜିଲ୍ଲାପାଳ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନବବର୍ଷର ଶୁଭେଚ୍ଛାରେ ଫୁଲତୋଡ଼ା, ମିଠା ପ୍ୟାକେଟ୍, ଡାଇରୀ ପରିବର୍ତ୍ତେ... -
କବି ପ୍ରଭାତ ମିଶ୍ରଙ୍କ ‘ପ୍ରହରୀ’ ଉନ୍ମୋଚିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ପଠାଣି ସାମନ୍ତ ପ୍ରେକ୍ଷାଳୟରେ ନୟାଗଡ଼ ସିରିଅସ ଜୋନ୍ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ନାଟକ ମହୋତ୍ସବରେ କବି ପ୍ରଭାତ ମିଶ୍ରଙ୍କ...