ନୟାଗଡ଼,(ନୟାଗଡ଼ ଦର୍ପଣ): ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ଗାନ୍ଧିବାଦୀ ନେତା ତଥା ମହାତ୍ମା ଗାନ୍ଧୀଙ୍କ ଅନ୍ୟତମ ସହଯୋଗୀ,ନୟାଗଡ଼ ଜିଲ୍ଲାର ସୁଯୋଗ୍ୟ ସନ୍ତାନ ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ୧୩୩ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସଭା ଗୃହରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ତଥା ବିଶିଷ୍ଟ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ପ୍ରାଧ୍ୟାପକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ଜିଲ୍ଲା ସଦସ୍ୟ ଅଶୋକ କୁମାର ନାୟକ ଯୋଗଦାନ କରି ଗୋବିନ୍ଦ ମିଶ୍ରଙ୍କ ସ୍ମୃତି ଚାରଣ କରିବା ସହ ବିଦ୍ୟାଳୟ ଏବଂ କଲେଜ ସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗୋବିନ୍ଦ ମିଶ୍ରଙ୍କ ସଂଗ୍ରାମୀ ଜୀବନ ସମ୍ପର୍କରେ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ।ଅନ୍ୟତମ ଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ତଥା ସମାଜ ସେବୀ ବିଶ୍ୱନାଥ ମହାପାତ୍ର ଯୋଗଦାନ କରି ଗୋବିନ୍ଦ ମିଶ୍ରଙ୍କ ସ୍ୱାଧୀନତା ସଂଗ୍ରାମ ତଥା ଗାନ୍ଧୀଙ୍କ ଆଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ।ଗୋବିନ୍ଦ ମିଶ୍ର ସ୍ମୃତି କମିଟିର ଆବାହକ ପ୍ରସନ୍ନ ପଣ୍ଡା ଗୋବିନ୍ଦ ମିଶ୍ର କିଭଳି ଉତ୍କଳମଣି ଗୋପବନ୍ଧୁଙ୍କୁ ଗାନ୍ଧିଜୀଙ୍କ ସହିତ ପରିଚିତ କରାଇ ସ୍ୱାଧୀନତା ସଂଗ୍ରାମକୁ ଆଗେଇ ନେଇଥିଲେ ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମୈତ୍ରୀ ସଂସଦ ସମ୍ପାଦକ ପ୍ରଦୀପ କୁମାର ସାହୁ, ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ଦୁର୍ଯ୍ୟୋଧନ ସାହୁ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିବା ବେଳେ ସମାଜସେବୀ ଦାମୋଦର ସାହୁ, ନିରଂଜନ ମିଶ୍ର, ଗୋକୁଳ ଷଡ଼ଙ୍ଗୀ, ଲକ୍ଷ୍ମୀଧର ସାହୁ, ସୁରେନ୍ଦ୍ର ମହାପାତ୍ର, ଜ୍ଞାନ ରଞ୍ଜନ ବାରିକ, ସନ୍ତୋଷ ପ୍ରଧାନ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।
Related posts
-
ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନର ଜିଲ୍ଲାସ୍ତରୀୟ ପରାମର୍ଶ ବୈଠକ “ମନ୍ଥନ ଶିବିର”
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଧରିତ୍ରୀ ଆବା ଜନଜାତୀୟ... -
ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଳନ... -
ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁ
December 24, 2024 Jajati Comments Off on ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବିତ କରିବା ପାଇଁ ପାଳନ ହୋଇ ଆସୁଛି...