ନୟାଗଡ଼,(ନୟାଗଡ଼ ଦର୍ପଣ): କୋଭିଡ ସୁରକ୍ଷା ପାଇଁ ଉପଯୁକ୍ତ ବ୍ୟବହାର ଓ ଟୀକାକରଣ ନିମନ୍ତେ ଜିଲ୍ଲାରେ ସଚେତନ କରିବା ଉଦ୍ଦେଶ୍ୟ ରେ ଜିଲ୍ଲା ପ୍ରଶାସନ ଓ ଆକ୍ସନଏଡ୍ ର ମିଳିତ ସହଯୋଗରେ ଏକ ସଚେତନତା ରଥ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରୁ ବାହାରିଛି।ଜିଲ୍ଲା ର ବିଭିନ୍ନ ଗ୍ରାମରେ ସଚେତନତା କରିବା ଉଦ୍ଦେଶ୍ୟ ରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ ସବୁଜ ପତାକା ଦେଖାଇ ରଥ ପରିକ୍ରମା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ଏହି ଅବସର ରେ ଜିଲ୍ଲା ପ୍ରଶାସନ ଏବଂ ଆକ୍ସନଏଡ୍ ର ମିଳିତ ସହଯୋଗ ରେ ରଥ ଟି ଜିଲ୍ଲାରେ ୮ଟି ବ୍ଲକ ର ବିଭିନ୍ନ ଗ୍ରାମରେ କେ଼ାଭିଡ ସମ୍ବଧିତ୍ତ ବାର୍ତ୍ତା ପ୍ରଚାର କରିବ। ଏହି କାର୍ଯ୍ଯ କ୍ରମ ରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶଙ୍କର ଜେନା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଉପେନ୍ଦ୍ର ନାଥ ବଡ଼ଜେନା,ଜିଲ୍ଲା ସୁରକ୍ଷା ଅଧିକାରୀ ତଥା ସି ଡି ପି ଓ ଏବଂ ଅନ୍ୟ ଆଇସିଡ଼ସ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ...