ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ଅବନିକାନ୍ତ ସାହୁ ଅବସର ଗ୍ରହଣ କରିଛନ୍ତି । ସେହିପରି ଜିଲ୍ଲାପାଳଙ୍କ ଯାନଚାଳକ ଶ୍ରୀ ବୃନ୍ଦାବନ ବଳବନ୍ତରାୟ ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଏକ ଅବସରକାଳୀନ ସଭା ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡା. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ ଏବଂ ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ ଉଭୟଙ୍କ ଅବସରକାଳୀନ ସୁସ୍ଥ, ନିରାମୟ ଓ ଦୀର୍ଘ ଜୀବନ କାମନା କରିଥିଲେ । ଏଥିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଏବଂ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ ।
ଅତିରିକ୍ତ ଉପଜିଲ୍ଲାପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
