ନୟାଗଡ଼,(ନୟାଗଡ଼ ଦର୍ପଣ/୧୦.୩): ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ସମ୍ବନ୍ନିତ କୃଷି ପ୍ରଣାଳୀ ପାଇଁ ସମସ୍ତ ବ୍ଲକରୁ ଆବେଦନ କରିଥିବା କରିଥିବା ଚାଷୀମାନଙ୍କ ଆବେଦନ ପତ୍ରର ଅନୁମୋଦନ ନିମନ୍ତେ ଏକ ବୈଠକ ଜିଲ୍ଲାପାଳଙ୍କ ମିନି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ୨୦୨୧-୨୨ଆର୍ଥିକ ବର୍ଷ ପାଇଁ ଆବେଦନ କରିଥିବା ୨୨ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦେବା ପାଇଁ ଅନୁମୋଦନ କରାଯାଇଥିଲା । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିଜୟ କୁମାର ପ୍ରଧାନ ଜିଲ୍ଲାପାଳଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ । ସହକାରୀ କୃଷି ଉପନିର୍ଦ୍ଦେଶକ ଶ୍ରୀ ସୁଧାଂଷୁ କୁମାର ନନ୍ଦ ଏହାକୁ ପରିଚାଳନା କରିଥିଲେ । ଉଦ୍ୟାନ କୃଷି ଉପନିର୍ଦ୍ଦେଶକ, ଜିଲ୍ଲା ମତ୍ସ୍ୟ ଅଧିକାରୀ, ଓଡ଼ିଶା ଜୀବିକା ମିଶନ ଅଧିକାରୀ, ଜିଲ୍ଲା ପ୍ରାଣୀ ସଂପଦ ଅଧିକାରୀ, ବରିଷ୍ଠ ବୈଜ୍ଞାନିକ କୃଷି ବିଜ୍ଞାନ କେନ୍ଦ୍ର,ଅଗ୍ରଣୀ ବ୍ୟାଙ୍କ ଅଧିକାରୀ ଓ ସହକାରୀ କୃଷି ଅଧିକାରୀ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...