ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପରିଷଦ ସଭାଗୃହ (ସୃଜନ)ଠାରେ ନୟାଗଡ଼ ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନ ପ୍ରକ୍ରିୟା ଜିଲ୍ଲା ପରିଷଦର ଅଧ୍ୟକ୍ଷ ଶ୍ରୀ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖଣ୍ଡପଡ଼ା ବ୍ଲକ ୭ ନମ୍ବର ଜୋନର ବିଜେଡି ପ୍ରାର୍ଥୀନୀ ଶ୍ରମତୀ ବିଷ୍ନୁପ୍ରିୟା ବେହେରା ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି । ଏହି ଚୟନ ପ୍ରକ୍ରିୟାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଶ୍ରୀ ଲଗ୍ନକିତ ରାଉତ ଏବଂ ଜିଲ୍ଲା ପରିଷଦର ନବ ନିର୍ବାଚିତ ସଭ୍ୟମାନେ ଉପସ୍ଥିତ ଥିଲେ।
ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ହେଲେ ବିଷ୍ନୁପ୍ରିୟା ବେହେରା
