ନୟାଗଡ଼ରେ ଅନ୍ତର୍ଜାତୀୟ ଶ୍ରମ ଦିବସ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଶ୍ରମ ଦିବସ ଜିଲ୍ଲା ଶ୍ରମ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ପ୍ରଦୀପ ମହାନ୍ତି ସଂଯୋଜନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମୁଖ୍ୟବକ୍ତାଭାବେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ସମ୍ମାନିତ ଅତିଥିଭାବେ ଅତିରିକ୍ତ ତହସିଲଦାର ରାଜା ସ୍ୱାଇଁ, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ମନୋରଞ୍ଜନ ମହାରଣା ପ୍ରମୁଖ ଯୋଗଦେଇ ଶ୍ରମିକ କଲ୍ୟାଣ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥିଙ୍କ ସମେତ ମଂଚାସୀନ ଅତିଥିମାନେ ଶ୍ରମିକ କଲ୍ୟାଣ ଯୋଜନାରେ ବିଭିନ୍ନ ହିତାଧିକାରୀଙ୍କୁ ଶ୍ରମ ବିଭଗ ତରଫରୁ ପ୍ରଦତ୍ତ ଅର୍ଥ ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ ଶ୍ରମିକ ସଂଗଠନ ସମେତ ଶ୍ରମିକ ଯୋଗଦେଇଥିଲେ। ପରିଶେଷରେ ଜିଲ୍ଲା ଶ୍ରମ ଅଧିକାରିଣୀ ପାରମିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Related posts