ବାଲୁଗାଁରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ନୟାଗଡ଼: ନୟାଗଡ଼ ଜିଲ୍ଲା ବିଜୁ ଯୁବ ଜନତା ଦଳ ପକ୍ଷରୁ ବାଲୁଗାଁ କଲ୍ୟାଣ ମଣ୍ଡପଠାରେ ଜୋନ ସ୍ତରୀୟ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଆହ୍ୱାନ କ୍ରମେ ବିଜୁ ଯୁବ ଜନତା ଦଳ ସଭାପତି ରମେଶ କୁମାର ସାହୁଙ୍କ ନେତୃତ୍ୱରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଆଜିର ରକ୍ତଦାନ ଶିବିରରେ ସ୍ଥାନୀୟ ଅଞ୍ଚଳର ୫୦ଜଣ ଯୁବକ ରକ୍ତଦାନ କରିଥିବା ଜଣାଯାଇଛି।

ନୟାଗଡ଼ ରକ୍ତଭଣ୍ଡାର କର୍ମଚାରୀ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିବା ଜଣାଯାଇଛି। ଏହି ଶିବିରରେ ସମାଜସେବୀ ଜନାର୍ଦ୍ଦନ ଦଳବେହେରା, ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାଷ କହଁର, ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ଗୁରୁ ପ୍ରସାଦ ଜେନା, ଜିଲ୍ଲା ପରିଷଦ ସଭ୍ୟା କଳ୍ପନା ଦଳବେହେରା, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଯୁବ କାର୍ଯ୍ୟକର୍ତ୍ତା ମନୋଜ କୁମାର ନାୟକ, ଦୁର୍ଯ୍ୟୋଧନ ବେହେରା, ରାଜ କିଶୋର ପ୍ରଧାନ, ତପନ କୁମାର ସାହୁ, ନିରଞ୍ଜନ ବେହେରା, ମାନସ ପତି ପ୍ରମୂଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Related posts