ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସେବା” ଦ୍ଵାରା ପରିଚାଳିତ ସେବା ସ୍ଵଧାର ଗୃହରେ “ରଜ ଉତ୍ସବ” ପାଳିତ ହୋଇଯାଇଛି। ଏହି ଉତ୍ସବରେ ସେବା ସ୍ୱଧାର ଗୃହ ତରଫରୁ ରଜ ପାଇଁ ଓଡ଼ିଶାର ପାରମ୍ପରିକ ପିଠା ଓ ମିଠା ବଣ୍ଟନ କରାଯାଇଥିଲା। ସ୍ୱଧାର ଗୃହ ଅନ୍ତେବାସୀନିମାନଙ୍କୁ ନେଇ ଏକ ଝୋଟି ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସେବା ସ୍ୱଧାର ଗୃହର ତତ୍ତ୍ଵାବଧାରିକା ବନିତା ମଲ୍ଲିକ, ପରାମର୍ଶ ଦାତ୍ରୀ ସରିତା ଆଚାର୍ଯ୍ୟ ଓ ସେବା ମାନସିକ ଅନଗ୍ରସର ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ଯୋଗଦେଇଥିଲେ। ‘ସେବା’ର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ଓ ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧି ସମସ୍ତ ଅନ୍ତେବାସିନୀଙ୍କୁ ପହିଲି ରଜର ଶୁଭେଚ୍ଛା ଜଣାଇଥିଲେ । ସେବାରେ ଆୟୋଜିତ ରଜ ଉତ୍ସବକୁ ସେବାର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ଓ ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମ୍ପାଦିତ ହୋଇଥିଲା।
ସେବା ପରିସରରେ “ରଜ ଉତ୍ସବ”
