ଓଡ଼ଗାଁରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ଗାଁ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା, ପୋମା ଟୁଡ଼ୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ସମୁଦାୟ ମୋଟ ୧୦୫ ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୯୨ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ ଗୋଟିର ଶୁଣାଣି କରାଯାଇ ସମୁଦାୟ ୩୮ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୪ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୫୩,୦୦୦/- ଏବଂ ଜିଲ୍ଲା ରେଡକ୍ରସରୁ ୦୧ ଜଣ ଦରଖାସ୍ତକାରୀଙ୍କୁ ଟ.୧୫,୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରା ଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଓଡ଼ଗାଁ, ତହସିଲଦାର ଓଡ଼ଗାଁ, ନିର୍ବାହୀ ଅଧିକାରୀ, ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।

Related posts