ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି । ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଏନ.ସି.ସି ଏବଂ ଏନ.ଏସ.ଏସ ର ଛାତ୍ରଛାତ୍ରୀ ଜିଲ୍ଲା ଅବକାରୀ ବିଭାଗର କର୍ମକର୍ତ୍ତା (ସେବା) ନିଶା ପରିତ୍ୟାଗ ଓ ପୁନର୍ବାସ କେନ୍ଦ୍ରର ଅନ୍ତେବାସୀ ଓ କର୍ମକର୍ତ୍ତା ମାନଙ୍କଦ୍ବାରା ନୟାଗଡ଼ ଶ୍ରୀଜଗନ୍ନାଥ ମନ୍ଦିରଠାରୁ ପଠାଣି ସାମନ୍ତ ଅଡିଟୋରିୟମ ପର୍ଯ୍ୟନ୍ତ ଏକ ଜନ ସଚେତନତା ଶୋଭା ଯାତ୍ରାର ଆୟୋଜନ କରାଯାଇଥିଲା । ଅଡିଟୋରିୟମ ଠାରେ ଦିବା ୧୦ ଘଟିକା ସମୟରେ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ସଚେତନତା ଉପରେ ଏକ ବୈଠକ ଆୟୋଜନ କରାଯାଇଥିଲା । ଉକ୍ତ ବୈଠକରେ ମୁଖ୍ୟ ଅତିଥୁ ରୂପେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ ତାଙ୍କ ଅଭିଭାଷଣ ଦ୍ବାରା ଉପସ୍ଥିତ ସମସ୍ତଙ୍କୁ ସଚେତନ କରାଇଥିଲେ । ସମ୍ମାନୀତ ଅତିଥିଭାବେ ଜିଲ୍ଲା ଅବକାରୀ ଅଧିକ୍ଷକ ବାସନ୍ତୀ ପ୍ରଭା ନାୟକ, ମୁଖ୍ୟବକ୍ତାଭାବେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ସେବା ନିଶା ପରିତ୍ୟାଗ ଓ ପୁନର୍ବାସ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ମହାପାତ୍ର, ଉପଖଣ୍ଡୀୟ ସାମାଜିକ ସୁରକ୍ଷାର ଅଧିକାରୀ ସର୍ବେଶ୍ବର ପାଣିଗ୍ରାହୀ ଉପସ୍ଥିତ ରହି ନିଶା ନିବାରଣ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ‘ସେବା’ ର ଉପ ସଭାପତି ସଂଜୟ କୁମାର ସୁବୁଦ୍ଧି ବୈଠକ ସଂଯୋଜନା କରିଥିଲେ । ଜିଲ୍ଲା ସାମାମଜିକ ସୁରକ୍ଷା କାର୍ଯ୍ୟାଳୟର କନିଷ୍ଠ ସହାୟିକା ରାଜଶ୍ରୀ ପଣ୍ଡା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ...