ଭାପୁରରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର

ଭାପୁର,(ନୟାଗଡ଼ଦର୍ପଣ): ତା. ୧୧.୦୭.୨୦୨୨- ଭାପୁର ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡ଼ୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ସମୁଦାୟ ୧୩୭ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୨୩ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୨ଗୋଟିର ଶୁଣାଣି କରାଯାଇ ସମୁଦାୟ ୫୫ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧୦ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୮୫୦୦୦/- ଏବଂ ଜିଲ୍ଲା ରେଡକ୍ରସରୁ ୦୨ ଜଣ ଦରଖାସ୍ତକାରୀଙ୍କୁ ଟ.୪୦୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ପଂଚାୟତ ସମିତି ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାପୁର, ତହସିଲଦାର ଭାପୁର, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।

Related posts