ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ବରଚିତ ଦେଶାତ୍ମାବୋଧକ କବିତା ପାଠ ଉତ୍ସବ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌରାଞ୍ଚଳର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ତଥା ସାହିତିକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବରିଷ୍ଠ ସାହିତିକା ବସିରନ ବିବି, ସାହିତ୍ୟିକ ଶେଖ ଅବଦୁଲ ଖାଲିକ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଅତିଥିମାନେ ଆଜିର ଦିବସ ଉପରେ ବହୁ ସାରଗର୍ଭକ ଅଭିଭାଷଣ ରଖିଥିଲେ। ନୟାଗଡ଼ର ୨୦ରୁ ଉର୍ଦ୍ଧ୍ଵ ସୁସାହିତ୍ୟିକ ସ୍ବରଚିତ ଦେଶାତ୍ମବୋଧକ କବିତା ପାଠ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସାହିତ୍ୟିକ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସଭା ସଂଚାଳନା କରିଥିଲେ ।
Related posts
-
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ... -
ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ...