ଜିଲ୍ଲାରେ ପ୍ରଥମ ମାସିକ ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ୟଙ୍ଗକାର ରବୀନ୍ଦ୍ର ରାଉତଙ୍କ ଦ୍ୱାରା ସମ୍ପାଦିତ ଜିଲ୍ଲାର ସର୍ବପ୍ରଥମ ବ୍ୟଙ୍ଗ ପତ୍ରିକା ଆଜି ଅପରାହ୍ନରେ ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ସାମନାରେ ଥିବା ଉତ୍କଳ ଘଣ୍ଟ ଯଦୁମଣିଙ୍କ ପ୍ରତିମୂତ୍ତିୀ ସାମନାରେ ଏହି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେଲା ସମାଲୋଚନା ଧର୍ମୀ ତଥା ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ । ଉନ୍ମୋଚନ ପୂର୍ବରୁ ପ୍ରଥମେ ପତ୍ରିକାକୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମର୍ପଣ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା। ଏହି ଉନ୍ମୋଚନ କାର୍ଯ୍ୟକ୍ରମରକୁ ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ନାଟ୍ୟକାର ଡ.ବିଜୟ ଚୌଧୁରୀ, ବରିଷ୍ଠ ଅଧିବକ୍ତା ମନୋରଂଜନ ମହାପାତ୍ର, ସାହିତ୍ୟ ଏକାଡେମୀ ସଦସ୍ୟ ଅଧ୍ୟାପକ ଅଶୋକ କୁମାର ନାୟକ, କବି ନିର୍ମଳ ଶୂରଦେଓ, କୈଳାସ ବାଣ୍ଠ, ପ୍ରଶାନ୍ତ ଦାଶ, ସମାଜସେବୀ ମନୋଜ ସାହୁ, ସନ୍ତୋଷ ପ୍ରଧାନ, ସାମ୍ବାଦିକ ରଜତ ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, ଅଧ୍ୟାପକ ଆଶୁତୋଷ ମିଶ୍ର, ନିଳିମା ନନ୍ଦ, ପ୍ରଭାସିନୀ ବରାଡ଼, ଧିରେନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସମାଲୋଚନା ଧର୍ମୀ ବ୍ୟଙ୍ଗ ପତ୍ରିକାଟି ଆଗାମୀ ଦିନରେ ବେଶ ଲୋକପ୍ରିୟ ହେବ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିବା ବେଳେ ସଂପାଦକ ରବୀନ୍ଦ୍ର ରାଉତ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।

Related posts