ନୟାଗଡ଼,(ନୟାଗଡ଼ ଦର୍ପଣ): ନୂଆଗାଁ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆଜି ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୪୫ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୪୧ଗୋଟି ଅଭିଯୋଗ, ସାମୂହିକ ଗ୍ରାମ ବିବାଦ ୦୩ଗୋଟିର ଶୁଣାଣି କରାଯାଇ ସମୁଦାୟ ୨୧ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୦୧ଜଣ ଦରଖାସ୍ତକାରୀଙ୍କୁ ପାଞ୍ଚ ହଜାର ଟଙ୍କା ଆର୍ଥିକ ଅନୁଦାନ ଅନୁମୋଦନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ଅଲେଖ ଚନ୍ଦ୍ର ପହି, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ବରିଷ୍ଠ କାର୍ଯ୍ୟକ୍ରମ ପରିଚାଳକ(ଅର୍ଥ), ଜିଲ୍ଲା ପରିଷଦ ଶ୍ରୀ ମନୋରଂଜନ ହୋତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୂଆଗାଁ, ତହସିଲଦାର ନୂଆଗାଁ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟାଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।