ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ନୟାଗଡ଼ ସହର ସ୍ଥିତ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥ୍ ଭାବେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷ ଲକ୍ଷ୍ମୀପ୍ରିୟା ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସୁବାସ ଚନ୍ଦ୍ର କହଁର, କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂ, ଆଶିଷ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହିଥିଲେ। ରାଜ୍ୟର ବୃଦ୍ଧବୃଦ୍ଧା, ଅସହାୟ ବ୍ୟକ୍ତି ତଥା ଦିବ୍ୟାଙ୍ଗ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯେଉଁ ମାସିକ ଭତ୍ତା ବ୍ୟବସ୍ଥା କରିଛନ୍ତି ତାହା ଅନନ୍ୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ନୟାଗଡ଼ ବ୍ଲକରେ ୧୧ ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀ ଭତ୍ତା ପାଉଥିବା ବେଳେ ଆଜି ୪୭୬ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସାମାଜିକ ସଶକ୍ତି କରଣ ବିଭାଗ କର୍ମଚାରୀ, ନୟାଗଡ଼ ବିଡିଓ ପଦ୍ମଚରଣ ସାହୁ ଏବଂ ଅନ୍ୟାନ୍ୟ ବ୍ଲକ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।
ନୟାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ୪୭୬ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
