ଭାପୁରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ଭାପୁର ପଂଚାୟତ ସମିତି ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୧୦୫ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୭୯ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ଗୋଟିର ଶୁଣାଣି କରାଯାଇ ସମୁଦାୟ ୪୩ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧୬ଜଣ ଦରଖାସ୍ତକାରୀ ଏବଂ ଜିଲ୍ଲା ରେଡ୍‌କ୍ରସ ସଂସ୍ଥାରୁ ୦୨ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ଅନୁଦାନ ଅନୁମୋଦନ ନିମନ୍ତେ ଜିଲ୍ଲାପାଳଙ୍କୁ ସୁପାରିଶ କରାଯାଇଛି । ଅବଶିଷ୍ଟ କେସଗୁଡ଼ିକୁ ସମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଭାପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସାହୁ, ନୂତନ ଭାବେ ଯୋଗ ଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଣଜିତ୍ କୁମାର ମଲ୍ଲିକ, ଭାପୁର ତହସିଲଦାର ତୃପ୍ତି ମହାନ୍ତି, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।

Related posts