୬ନଂ ଜୋନ ଡ଼ାଇରେକ୍ଟର ଭାବେ ନିର୍ବାଚିତ ହେଲେ ଉପେନ୍ଦ୍ର ସାହୁ ଓରଫ ରୂପ ଭାଇ

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ବାଚନ ହୋଇଥିବା ବେଳେ ୬ନଂ ଜୋନରୁ ପ୍ରାର୍ଥୀ ଭାବରେ ଉପେନ୍ଦ୍ର କୁମାର ସାହୁ ଏବଂ ସତ୍ୟ ନାରାୟଣ ସାହୁ ନିର୍ବାଚନ ଲଢ଼ୁଥିଲେ । ଏହି ନିର୍ବାଚନ ପାଇଁ ନୟାଗଡ ସହରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ମତଦାନ ଅନୁଷ୍ଠିତ ହୋଇଥିଲା ଏବଂ ସେହି କେନ୍ଦ୍ରରେ ସମବାୟ ସମିତିର ସଦସ୍ୟମାନେ ନିଜ ନିଜ ମତଦାନ କରିଥିଲେ । ୬ନଂ ଜୋନରେ ସମୁଦାୟ ୧୬୨ଜଣ ଭୋଟର ଥିବାବେଳେ ୧୫୮ଜଣ ମତଦାତା ମତଦାନ କରିଥିଲେ ସେଥି ମଧ୍ୟରୁ ଗୋଟିଏ ଭୋଟ ନାକଚ ହୋଇଥିବା ବେଳେ ୪୩ଖଣ୍ଡ ଭୋଟ ନାରାୟଣ ସାହୁ ପାଇ ସନ୍ତୁଷ୍ଟ ହୋଇଥିଲେ ଏବଂ ୧୧୪ ଖଣ୍ଡ ଭୋଟ ପାଇ ଦଶପଲ୍ଲା ଅଞ୍ଚଳର ଦକ୍ଷ ସଂଗଠକ ତଥା ଦଶପଲ୍ଲା ପଞ୍ଚାୟତ ସମିତିର ପୂର୍ବତନ ଅଧକ୍ଷ ଉପେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ଶ୍ରୀ ସାହୁ ବିଜୟର ଶ୍ରେୟ ପ୍ରଥମେ ଦଶପଲ୍ଲା ମାଟିର ଆରାଧ୍ୟ ଠାକୁର ପ୍ରଭୁ ମହାବୀର ଏବଂ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଏବଂ ନୟାଗଡ ଜିଲ୍ଲାର ୪ଜଣ ବିଧାୟକ, କର୍ମୀ, ଶୁଭେଛୁମାନଙ୍କୁ ଦେଇଛନ୍ତି ।

Related posts