ବିଦ୍ୟୁତ ଖୁଣ୍ଟରେ ଧକ୍କା ହୋଇ ଜଳିଗଲା କାର

ଦଶପଲ୍ଲା: ଦଶପଲ୍ଲା ଥାନା ଅନ୍ତର୍ଗତ ପୁରୁଣା ଦଶପଲ୍ଲା ଏବଂ ସୁବଳୟା ମଧ୍ୟବର୍ତ୍ତୀ ସ୍ଥାନରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇ ଜଳି ଯାଇଛି । ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥରେ କାରଟି ନୟାଗଡ଼ରୁ କନ୍ଧମାଳ ଅଭିମୁଖେ ଯାଉଥିବା ବେଳେ ଏକ ରାସ୍ତା କଡରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହୋଇଥିଲା । ଦୁର୍ଘଟଣା ଘଟିବା ପରେ କାର ଇଞ୍ଜିନରେ ହଠାତ ନିଆଁ ଲାଗି ଯାଇଥିବା ଦେଖା ଯାଇଥିଲା । ଖବରପାଇ ଦଶପଲ୍ଲା ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ଜଣାଯାଇଛି । ଏହି ଦୁର୍ଘଟଣାରେ ଡ୍ରାଇଭର ଏବଂ ଅନ୍ୟ ଜଣେ ବ୍ୟକ୍ତି ଆହାତ ହୋଇଥିବା ସୂଚନା ମିଳିଛି।

Related posts