ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ
ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୧୨୧ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୦୩ଗୋଟି ଅଭିଯୋଗର ଶୁଣାଣି କରାଯାଇ ସମୁଦାୟ ୩୮ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧୩ଜଣ ଏବଂ ଜିଲ୍ଲା ରେଡ୍କ୍ରସ ସଂସ୍ଥାରୁ ୦୫ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ଅନୁଦାନ ଅନୁମୋଦନ କରାଯାଇଥିଲା । ଅବଶିଷ୍ଟ କେସଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି,
ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ତହସିଲଦାର ନୟାଗଡ଼, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୟାଗଡ଼, ଡେପୁଟୀ କଲେକ୍ଟର(ଅଭିଯୋଗ) ଆୟୁଶୀ ମହାପାତ୍ର , ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ।
