ନୂଆଗାଁ ବ୍ଲକ୍‌ରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ପଂଚାୟତସମିତି ସଭାଗୃହରେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜିର ଏହି ଶିବିରରେ ସମୁଦାୟ ୧୦୯ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୦୫ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୨ଗୋଟିର ଶୁଣାଣି କରାଯାଇ ସମୁଦାୟ ୧୭ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୨ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ସହାୟତା ମଂଜୁର କରାଯାଇଥିବା ବେଳେ ଅନ୍ୟାନ୍ୟ କେସଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଉନ୍ନୟନ ଅଧିକାରୀ- ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ନୂଆଗାଁ ପଂଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରୀୟା ବେହେରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୂଆଗାଁ, ତହସିଲଦାର ନୂଆଗାଁ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କୁ ସହଯୋଗ କରିଥିଲେ ।

Related posts