ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ମରଣିକା ଓ ସାଂସ୍କୃତିକ ସବ୍-କମିଟି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆର.ଏମ୍.ସି. ସଭାଗୃହରେ ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମହୋତ୍ସବର ସ୍କରଣୀକା ଏବଂ ସାଂସ୍କୃତିକ ସବ୍-କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ନୟାଗଡ଼ ଜିଲ୍ଲା ମହୋତ୍ସବ, ୨୦୨୨ ପାଳନ ଅବସରରେ ମହୋତ୍ସବର ମୁଖପତ୍ର ‘ଆରଣ୍ୟକ’ ପ୍ରକାଶ ପାଇଁ ନୟାଗଡ଼ ଜିଲ୍ଲାର ସଂସ୍କୃତି, ଐତିହ, ଜନଜୀବନ, ଅର୍ଥନୀତି, ସାମାଜିକ ବ୍ୟବସ୍ଥା, ବିକାଶ ମୂଳକ ଓ ଫିଚର ଧର୍ମୀ
ଲେଖା ଉଭୟ ଓଡ଼ିଆ ଓ ଇଂରାଜି ଭାଷାରେ ଆବଶ୍ୟକ । ଇଚ୍ଛୁକ ଲେଖକ, କବି, ପ୍ରାବନ୍ଧିକ, ଶିକ୍ଷାବିତ୍, ଗବେଷକମାନଙ୍କ ଠାରୁ ଲେଖା ଓ ତତ୍‌ସଂପର୍କୀୟ ଫଟୋ ଆମନ୍ତ୍ରଣ କରାଯାଉଛି । ଲେଖାଗୁଡ଼ିକ ଉଚ୍ଚକୋଟୀର ଓ ସଂକ୍ଷିପ୍ତ ହେବା ଆବଶ୍ୟକ । ଲେଖକମାନେ ଲେଖାଗୁଡ଼ିକୁ ତା.୦୫.୧୨.୨୦୨୨ରିଖ
ସୁଦ୍ଧା ଉପଜିଲ୍ଲାପାଳ, ନୟାଗଡ଼ଙ୍କ ନିକଟକୁ ପଠାଇ ପାରିବେ । ଲେଖାଗୁଡ଼ିକ ଆକୃତି ଲିପିରେ ଉଭୟ ସଫ୍ଟକପି ଓ କଠିନ ନକଲ ସହ ନିଜର ଏକ ପାସପୋର୍ଟ ଫଟୋ ଡାକ ଯୋଗେ, ଇ-ମେଲ dipro.ngr@gmail.com, dconayagarh@gmail.com କିମ୍ବା ବ୍ୟକ୍ତିଗତ ଭାବେ ପଠାଇବାକୁ ସ୍କରଣୀକା କମିଟି ତରଫରୁ ଅନୁରୋଧ କରାଯାଇଛି । ପରେ ପରେ ସାଂସ୍କୃତିକ ସବ୍ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭିନ୍ନ ସାଂସ୍କୃତିକ ଦଳ ଜିଲ୍ଲା ମହୋତ୍ସବରେ ଭାଗ ନେବା ପାଇଁ ବିଷଦ୍ ଭାବେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ଉଭୟ କମିଟିର କମିଟିର ସଦସ୍ୟ/ସଦସ୍ୟାମାନେ ଉପସ୍ଥିତ ଥିଲେ ।

Related posts