ସତ୍ୟମର ୨୧ତମ ଜନ୍ମବାର୍ଷିକୀ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ୨୦୦୨ ଜାନୁଆରୀ ମାସ ୧ ତାରିଖରେ ପ୍ରତିଷ୍ଠା ଲାଭ କରିଥିବା ନୟାଗଡ଼ ସ୍ଥିତ ସତ୍ୟମ ଅନୁଷ୍ଠାନ ତାର ୨୧ତମ ଜନ୍ମବାର୍ଷିକୀ ସ୍ଥାନୀୟ ରୋଟାରୀ ଭବନରେ ପାଳନ କରିଛି। ସତ୍ୟମ ନିର୍ଦ୍ଦେଶକ ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେଇଥିବା ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୈ।ରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ମୂଖ୍ୟ ଅତିଥି ଏବଂ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ର ରସାୟନ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ପ୍ରଶନ୍ନ କୁମାର ବସନ୍ତିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସତ୍ୟମ ପରି ଉତ୍ତମ ଅନୁଷ୍ଠାନ ମାନେ ସମାଜରେ ଉତ୍ତମ ନାଗରିକ ସୃଷ୍ଟି କରିବାରେ ସହାୟକ ହୁଅନ୍ତି ବୋଲି ଅତିଥି ମାନେ ମତବ୍ୟକ୍ତ କରିବା ସହିତ ଅନୁଷ୍ଠାନର ଉନ୍ନତି କାମନା କରିଥିଲେ । ଅନୁଷ୍ଠାନ ର ଅଧ୍ୟକ୍ଷ ଇଂ ମନୋଜ ମହାପାତ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଅନୁଷ୍ଠାନର ପରିଚାଳକ ସୁଶାନ୍ତ ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ।

Related posts