୮ତାରିଖରୁ ନୟାଗଡ଼ରେ ସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଖେଳ ପଡିଆଠାରେ ଆସନ୍ତା ୮ତାରିଖରୁ ସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ନୟାଗଡ଼ କ୍ଲବ ଏବଂ ୭୮୬ୟୁଥ କ୍ଲବ ସିନ୍ଦୁରିଆ ଆନୁକୁଲ୍ୟରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ୮ ତାରିଖରେ ଓଡିଶା ଇଲେଭେନ ବନାମ ଜଗା ୟୁନାଇଟେଡ କ୍ଲବ ଭୁବନେଶ୍ବର ମଧ୍ୟରେ ଅନୁଷ୍ଠିତ ହେବ । ୯ତାରିଖରେ ସୁଦେଭା ସ୍ପୋର୍ଟସ ପ୍ରାଇଭେଟ ଲିମିଟେଡ ଦିଲ୍ଲୀ ବନାମ ୟୁନାଇଟେଡ କ୍ଲବ ବରଗଡ଼ ମଧ୍ୟରେ ଅନୁଷ୍ଠିତ ହେବ । ୧୦ତାରିଖରେ ସାଇହାଲ ସୁନାବେଢ଼ା ବନାମ ଇଣ୍ଟରନ୍ୟାସନାଲ ଏଫସି ପଞ୍ଜାବ ମଧ୍ୟରେ ଅନୁଷ୍ଠିତ ହେବ । ସେହିପରି ୧୧ ତାରିଖରେ ଖଜୁରା ଏଫସି ନେପାଳ ବନାମ କେଏଫଟିସି କ୍ଲବ କେରଳ ମଧ୍ୟରେ ଅନୁଷ୍ଠିତ ହେବ । ୧୨ ତାରିଖରେ ପ୍ରଥମ ସେମିଫାଇନାଲ ଓ ୧୩ ତାରିଖରେ ଦ୍ବିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ । ୧୪ ତାରିଖରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡିଛି ।

Related posts