ରାମଚନ୍ଦ୍ର ପଣ୍ଡାଙ୍କ ଶ୍ରାଦ୍ଧ ଦିବସ ପାଳିତ

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ମଧ୍ୟଖଣ୍ଡ ନୋଡାଲ ହାଇସ୍କୁଲ ପରିସରରେ, ବିଶିଷ୍ଠ ସମାଜସେବୀ ସ୍ବର୍ଗତ ରାମଚଂଦ୍ର ପଣ୍ଡାଙ୍କ ଶ୍ରାଦ୍ଧ ଦିବସ ଓ ସ୍ମୃତି ସଭା ଅନୁଷ୍ଠିତ ହୋଇ ଯାଇଛି। ଗତକାଲି ସଂଧ୍ୟାରେ ରାମଚନ୍ଦ୍ର ପଣ୍ଡା ମେମୋରିଆଲ ଟ୍ରଷ୍ଟର ସଭାପତି ଶ୍ରୀଯୁକ୍ତ ଜଗନ୍ନାଥ ପରିଡ଼ାଙ୍କ ସଭାପତିତ୍ବରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା। ସଭା ପୂର୍ବରୁ ବିଦ୍ୟାଳୟ ପରିସରରେ ପ୍ରତିଷ୍ଠିତ ରାମଚଂଦ୍ର ପଣ୍ଡାଙ୍କ ପ୍ରତି ମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଉକ୍ତ ସଭାରେ ମୁଖ୍ୟଅତିଥି ଭାବେ ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ ସମ୍ମାନିତ ଅତିଥି ଭାବରେ ସମାଜସେବୀ ପ୍ରଦୀପ କୁମାର ସାହୁ, ମୁଖ୍ୟବକ୍ତା ଭାବେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ବଳିଆରସିଂ ଯୋଗ ଦେଇଥିବା ବେଳେ ସଙ୍ଗୀତଜ୍ଞ ଶରତ କୁମାର ସାହୁ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପଣ୍ଡା ମଧ୍ୟ ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍କୁଲର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ବହୁ ପୁରାତନ ଛାତ୍ର ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ପୁରାତନ ଛାତ୍ର ଶରତ ଚନ୍ଦ୍ର ବେହେରା ସଂଯୋଜନା କରିଥିଲେ।

Related posts