ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ଥିବା ଭେଙ୍କଟେଶ୍ବର ସ୍କୁଲର ବାର୍ଷିକ ଉତ୍ସବ ଏବଂ ବିଜ୍ଞାନ ମେଳା ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ତା.୦୪.୦୨.୨୩ ରିଖରେ ବିଜ୍ଞାନ ମେଳା ଅବସରରେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ମୁଖ୍ୟ ଅତିଥି ରୁପେ ଯୋଗଦେଇଥିବା ବେଳେ ଏଡିଇଓ ମୁଖ୍ୟ ବକ୍ତା ଏବଂ ମହମଦ୍ ଓମର ମଲିକ ସମ୍ମାନୀତ ଅତିଥି ରୁପେ ଯୋଗଦେଇଥିଲେ। ଏଥିରେ ୮୦ ଜଣ ଛାତ୍ରଛାତ୍ରୀ ଭାଗନେଇ କୁନି ବୈଜ୍ଞାନିକଭାବେ ସେମାନଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ । ସେହିଭଳି ଦ୍ୱିତୀୟ ଦିବସ ଅର୍ଥାତ ତା.୦୫.୦୨.୨୩ ରିଖରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଅଶୋକ କୁମାର ନାୟକ ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ସଭାପତି ଦେବାଶିଷ ପଟ୍ଟନାୟକ ଏବଂ ବ୍ଲକ ଚେୟାରମ୍ୟାନ ନିରୁପମା ଖଟେଇ ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ କୁମାର କର ଉତ୍ସବର ଶୁଭାରମ୍ଭ କରିଥିଲେ। ଡିରେକ୍ଟର ସୁଧୀର କୁମାର ମହାପାତ୍ର ସ୍ବାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଦୁଇଦିନ ଧରି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ବହୁତ ମନଛୁଆଁ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।
Related posts
-
ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନର ଜିଲ୍ଲାସ୍ତରୀୟ ପରାମର୍ଶ ବୈଠକ “ମନ୍ଥନ ଶିବିର”
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଧରିତ୍ରୀ ଆବା ଜନଜାତୀୟ... -
ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଳନ... -
ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁ
December 24, 2024 Jajati Comments Off on ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବିତ କରିବା ପାଇଁ ପାଳନ ହୋଇ ଆସୁଛି...