ନୟାଗଡ଼ ପାଇଁ ଗୌରବ ଆଣିଲେ ସ୍ବୟଂପ୍ରଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ଇକୋନୋମିକ୍ସରେ ଗୋଲଡ଼ ମେଡାଲ ପାଇ ଜିଲ୍ଲା ପାଇଁ ଗୌରବ ଆଣିଲେ ନୟାଗଡର ଝିଅ ସ୍ବୟଂପ୍ରଭା । ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଚାହାଳୀ ଗ୍ରାମର ଝିଅ ସ୍ୱୟଂପ୍ରଭା ବେହେରା ଜିଲ୍ଲା ସମଗ୍ର ପାଇଁ ଆଣିଛନ୍ତି ଗୌରବ । ଶ୍ରୀଯୁକ୍ତ ସତ୍ୟବାଦୀ ବେହେରା ଓ ଶ୍ରୀମତି ଜୟନ୍ତୀ ବେହେରାଙ୍କ ଝିଅ ହେଉଛନ୍ତି ସ୍ୱୟଂପ୍ରଭା ବେହେରା । ଭୁବନେଶ୍ବର ରମାଦେବୀ ମହିଳା ମହାବିଦ୍ୟାଳୟର ଇକୋନୋମିକ୍ସ ବିଭାଗରେ ଟପ୍ପର ହୋଇ ସମଗ୍ର ଜିଲ୍ଲା ପାଇଁ ଗର୍ବ ଓ ଗୌରବର ଉଦାହରଣ ପାଲଟିଛନ୍ତି ସ୍ୱୟଂପ୍ରଭା ବେହେରା | ସ୍ୱୟଂପ୍ରଭା ପିଲାଟି ଦିନରୁ ଅତି ସରଳ ଏବଂ ମେଧାଵୀ ଛାତ୍ରୀ ଥିଲେ । ରମାଦେବୀ ମହିଳା ମହାବିଦ୍ୟାଳୟର ୨ ୟ ସମାବର୍ତ୍ତନ ଉତ୍ସବରେ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଗୋଲଡ଼ ମେଡାଲ ଓ ବୃତ୍ତି ପାଇଛନ୍ତି । ଏଥିପାଇଁ ସ୍ୱୟଂପ୍ରଭାଙ୍କୁ ପଢ଼ାଇଥିବା ଶିକ୍ଷାବିତ , ପରିବାର ଲୋକ ଏବଂ ଗ୍ରାମବାସୀ ସ୍ଵାଗତ ଜଣାଇଛନ୍ତି ।

Related posts