ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ରଣପୁର ବି.ଡ଼଼ି.ଓଙ୍କ ଜରିଆରେ ମୁଖ୍ୟଶାସନ ସଚ଼ିବଙ୍କୁ ଦାବିପତ୍ର

ରଣପୁର,(ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ର ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ଉପସଭାପତି ଶୁଭସ୍ମିତା ମିଶ୍ର, ସଂଯୋଜକ ଶିବ ପ୍ରସାଦ ମିଶ୍ର ରଣପୁର ବ୍ଲକ ବି.ଡ଼ି.ଓ ଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବ ଙ୍କୁ ଦାବିପତ୍ର ପ୍ରଦାନ କଲେ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାର ଙ୍କୁ ବିନମ୍ର ନିବେଦନ କରାଗଲା ଏବଂ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜ ର ମୁଖ୍ୟସ୍ରୋତ ରେ ସାମିଲ୍ ହୋଇପାରିବେ।

Related posts