ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଓ ଜିଲ୍ଲା ସଂସ୍କୃତି ପରିଷଦ ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବୁଧବାର ଉଦଘାଟିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଦକ୍ଷୀଣକାଳୀ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟକ ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ମୁଖ୍ୟ ଅତିଥି ଭାବେ ଖାତନାମା ସାହିତ୍ୟିକ ଡ. ଗୈାରହରୀ ଦାସ ସମ୍ମାନିତ ଅତିଥି ଭାବେ ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗ ଉଦଘାଟନ କରିଥିଲେ । ନୟାଗଡ଼ ମାଟିରେ ବସ୍ତୁ ଅପେକ୍ଷା ଭାବକୁ ବେଶି ଗୁରୁତ୍ୱ ଦିଆଯାଇଥାଏ ବୋଲି ମୁଖ୍ୟ ଅତିଥି ଡ. ଦାସ କହିଥିଲେ ।

ବିଧାୟକ ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ ସମାଜରେ ମହୁମାଛିଙ୍କ ସଂଖ୍ୟା କମ ଓ ମଶାଙ୍କ ସଂଖ୍ୟା ଅଧିକ ବୋଲି କହିଥିଲେ । ଏହା ସହିତ ଅନେକ ଉପାଦେୟ ବିଷୟ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ନୟାଗଡ଼ର ଯୁବକବି ପ୍ରଭୁଦତ୍ତ ପ୍ରଧାନ ଏବଂ ସାହିତ୍ୟିକ ତଥା କବି ପ୍ରଫେସର ଉମେଶ ଚନ୍ଦ୍ର ମହାପାତ୍ରଙ୍କ ୫ଖଣ୍ଡ ପୁସ୍ତକ ପୁସ୍ତକ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । କବି ଶେଖ୍ ଅବଦୁଲ୍ ଖାଲିକଙ୍କ ସଂଯୋଜନାରେ ଉଦଘାଟନୀ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ପୁସ୍ତକ ମେଳାରେ ବହୁ ସଂଖ୍ୟାରେ ବହି ଷ୍ଟଲ ଓ ଅନେକ କ୍ୟାରିୟର କାଉନସେଲିଂ ଷ୍ଟଲ ଖୋଲା ଯାଇଥିଲା । କାର୍ଯ୍ୟକ୍ରମକୁ ଧୀରେନ୍ଦ୍ର ପଟ୍ଟନାୟକ, ସଂଜୟ କୁମାର ସ୍ୱାଇଁ, ଅନୀଲ କୁମାର ପଣ୍ଡା, ଶରତ ଚନ୍ଦ୍ର ଆଚାର୍ଯ୍ୟ, ବିଶ୍ୱଜିତ୍ ନାୟକ, ବିଭୂତି ଭୂଷଣ ସ୍ୱାଇଁ, ନିହାର ପଟ୍ଟନାୟକ, ଅବିନାଶ ସାହୁ, ସଂଞ୍ଜୟ ସୁବୁଦ୍ଧି ପ୍ରମୂଖ ପରିଚାଳନା କରିଥିଲେ ।

Related posts