ଗଣିଆ,(ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ରେ ଏକ ରାୟର ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ନୟାଗଡ଼ ଜିଲ୍ଲାର ଗଣିଆ ବ୍ଲକ ବି.ଡ଼ି.ଓଙ୍କ ଜରିଆରେ ରାଜ୍ୟ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଗଣିଆ ବ୍ଲକର ସ୍ଵତନ୍ତ୍ର ଶିକ୍ଷକ ଆଶାୟୀ ସଂଘର ବ୍ଲକ୍ ସଂଯୋଜକ ସନ୍ତୋଷ କୁମାର ସାମଲ, ବ୍ଲକ୍ ଲିଡର ଶୁଭେନ୍ଦୁ କୁମାର ବେହେରା ବି. ଡି.ଓ. ମହୋଦୟଙ୍କୁ ଏ ନେଇ ଅବଗତ କରାଇଥିଲେ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଗଲା ଏବଂ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବେ।
ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଗଣିଆ ବି.ଡ଼଼ି.ଓଙ୍କ ଜରିଆରେ ମୁଖ୍ୟଶାସନ ସଚ଼ିବଙ୍କୁ ଦାବିପତ୍ର
