ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକଙ୍କ କାଳିଆ ଦର୍ଶନ ଯାତ୍ରା

ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ବରିଷ୍ଟ ନାଗରିକ ମଞ୍ଚ ପ୍ରାୟୋଜିତ କାଳିଆଦର୍ଶନ ଯାତ୍ରାରେ ୧୦୮ଜଣ ବରିଷ୍ଠ ନାଗରିକ ଆଜି ସକାଳୁ ରେଳରେ ପୁରୀ ଯାତ୍ରା କରିଛନ୍ତି। ପୁରୀରେ ପହଂଚି ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ଅବଢ଼ା ସେବନ ଏବଂ ସମୁଦ୍ରକୂଳରେ ଏକ ସ୍ୱତନ୍ତ୍ର ବୈଠକରେ ଯୋଗଦେବେ। ରାଜ୍ୟ ମହାସଂଘ ସାଧାରଣ ସମ୍ପାଦକ ଏବଂ ପୁରୀ ବରିଷ୍ଠ ନାଗରିକ ମଞ୍ଚର କର୍ମକର୍ତା ଉକ୍ତ ବୈଠକରେ ଯୋଗଦେବେ। ପୁରୀ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରିଷ୍ଟ ନାଗରିକମାନଂକୁ କାଳିଆ ଦର୍ଶନ ପାଇଁ ସମସ୍ତ ପୁଲିସି ସହାୟତା ଯୋଗାଇଦେବାଥିବାରୁ ସଂଘର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଦୁର୍ଯ୍ୟାଧନ ସାହୁ ପୁରୀ ଆରକ୍ଷୀ ଅଧିକ୍ଷକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଜିର ଏହି ତୀର୍ଥ ଯାତ୍ରାରେ ନୟାଗଡ, ବାଉଁଶିଆପଡା, ପଣ୍ଡୁସର, ବେଗୁନିଆପଟଣା, ଇଟାମାଟି, ଭାପୁର, ଶରଣକୁଳ ଏବଂ ଖଣ୍ଡପଡାର ବରିଷ୍ଠ ନାଗରିକମାନେ ସାମିଲ ହୋଇଛନ୍ତି।

Related posts