ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକସଂଘ ପକ୍ଷରୁ ତିନି ଦଫା ଦାବି ନେଇ ବିଧାୟକ ଡ଼. ଅରୁଣ କୁମାର ସାହୁଙ୍କୁ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ସୋମବାର ପୂର୍ବାହ୍ନରେ ଦାବିପତ୍ର ପ୍ରଦାନ କରାଯାଇଛି। ବିଧାୟକ ଡ଼. ସାହୁ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ବିଭିନ୍ନ ଦାବି ଗୁଡିକ ସରକାରଙ୍କ ପାଖରେ ପହଞ୍ଚାଇ ସମାଧାନ ପାଇଁ ଉଦ୍ୟମ କରିବାର ପ୍ରତିଶ୍ରୁତି ଦେଇଥିଲେ। ସୂଚନାଯୋଗ୍ୟ ଯେ ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ, ୬ବର୍ଷର ଠିକା କାର୍ଯ୍ୟକାଳକୁ ୬ଟି ନୋସନାଲ ଇନ୍କ୍ରିମେଣ୍ଟ ଦେଇ ମୂଳ ଚାକିରୀରେ ଗଣନା କରିବା, କେନ୍ଦ୍ରୀୟ ହାରରେ ଦରମା ଏବଂ ପୁରୁଣା ପେନସନକୁ ପୁନଃ ପ୍ରଚଳନ କରିବା ଆଦି ୩ଦଫା ଦାବି ନେଇ ଶିକ୍ଷକମାନେ ସରକାରଙ୍କ ନିକଟରେ ବାରମ୍ବାର ଦାବି କରି ଆସୁଥିବା ବେଳେ ସରକାର ପ୍ରତିଶ୍ରୁତି ଦେଇ କୌଣସି ଗୋଟିଏ ବି ଦାବି ପୂରଣ କରୁ ନାହାନ୍ତି। ଅନ୍ୟପକ୍ଷରେ ଗତ ଡିସେମ୍ବର ମାସରେ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରି ଶିକ୍ଷକ ମାନଙ୍କ ସମସ୍ୟା ୨ମାସ ମଧ୍ୟରେ ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଇତି ମଧ୍ୟରେ ୩ମାସ ଅତିକ୍ରାନ୍ତ ହୋଇଯାଇଥିବା ବେଳେ ସରକାର ନିଦାବିଷ୍ଣୁ ସାଜି ଚୁପ ବସି ରହିଛନ୍ତି। ଏହାର ପ୍ରତିବାଦରେ ରାଜ୍ୟ ମିଳିତ ପ୍ରାଥମିକ ଶିକ୍ଷକସଂଘର ଆହ୍ୱାନ କ୍ରମେ ରାଜ୍ୟର ସମସ୍ତ ବିଧାୟକ ଓ ମନ୍ତ୍ରୀଙ୍କ ବାସଭବନରେ ନିଜ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶିକ୍ଷକ ମାନେ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସଭାପତି ସଂଗ୍ରାମ ସାହୁ, ସମ୍ପାଦକ ସୁରେଶ ଚନ୍ଦ୍ର ସେଠି, ଲକ୍ଷ୍ମୀଧର ସାହୁ,ରବିନାରାୟଣ ଘଡେଇ,ଶରତ କୁମାର ସାମନ୍ତରାୟ, ଶରତ ପାଳ, ଚିତ୍ତରଞ୍ଜନ ଦାଶ,ପ୍ରକାଶ ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ।
Related posts
-
‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ
September 17, 2025 Jajati Comments Off on ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଯସ୍ଵଶୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ ଜିଲ୍ଲାର... -
ନୟାଗଡ ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଓ ରଥର ଶୁଭାରମ୍ଭ
June 12, 2025 Jajati Comments Off on ନୟାଗଡ ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଓ ରଥର ଶୁଭାରମ୍ଭନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ନୟାଗଡଙ୍କ... -
ନୟାଗଡ଼ କଳାପରିଷଦରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ସହ ବିଶ୍ୱ ପରିବେଶ ଦିବସ ପାଳିତ
June 5, 2025 Jajati Comments Off on ନୟାଗଡ଼ କଳାପରିଷଦରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ସହ ବିଶ୍ୱ ପରିବେଶ ଦିବସ ପାଳିତନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦୌରାଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ...