ବଚପନ୍ ଓ ଗାଇଡାନ୍ସ ସ୍କୁଲର ୧୧ତମ ବାର୍ଷିକ ଉତ୍ସବର ପ୍ରଥମ ଦିବସ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ସହରସ୍ଥିତ ବାରମାସୀ ଲେନରେ ବଚପନ ଓ ଗାଇଡାନ୍ସ ସ୍କୁଲର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଅରୁଣ କୁମାର ମହାନ୍ତିଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଓ ବିଶିଷ୍ଟ ଅତିଥି ଭାବେ ନୟାଗଡ ପୌରପରିକାର ଅଧକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ । ବିଦ୍ୟାଳୟର ପ୍ଲେ ଗ୍ରୁପ୍, ନର୍ସରୀ, ଜୁନିଅର କେ.ଜି ଓ ସିନିୟର୍ କେ.ଜି ଶିଶୁମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ବାର୍ଷିକ ଉତ୍ସବର ପ୍ରଥମ ଦିବସରେ ଉତ୍ତୀର୍ଣ୍ଣ ହୋଇଥିବା ଶିଶୁଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ଚେୟାରମ୍ୟାନ ଅବିନାଶ ସାହୁଙ୍କ ପ୍ରତେକ୍ଷ ତତ୍ୱାବଧାନରେ ଶିଶୁମାନଙ୍କ ଦ୍ଵାରା ଚିତ୍ତାକର୍ଷକ ଡ୍ରାମା ଆଜିର ଦିନରେ ସୋସିଆଲ ମିଡ଼ିଆର ଅପବ୍ୟବହାର, ଶ୍ରୀକୃଷ୍ଣ ଓ ନାରଦଙ୍କ ମର୍ତ୍ୟ ପରିଦର୍ଶନ ପରିବେଷଣ କରିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ପ୍ରିନ୍ସିପାଲ ଅମୂଲ୍ୟ କୁମାର ଦାସ ବାର୍ଷିକ ବିବରଣୀ ପାଠ କରିବା ସହ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ପି.ଆର.ଓ କଳ୍ପନା ଭଦ୍ର ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ସେବିକା ସହଯୋଗ କରି କାର୍ଯ୍ୟକ୍ରମ ସାଫଲ୍ୟ ମଣ୍ଡିତ କରିଥିଲେ।

Related posts