ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସୁନାମଧନ୍ୟ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବ କିଶୋର ମିଶ୍ରଙ୍କ ସଙ୍ଗୀତ ସନ୍ଧ୍ୟା ମା’ ଦକ୍ଷିଣକାଳୀଙ୍କ ମନ୍ଦିର ନିକଟ ପଡିଆରେ ଅନୁଷ୍ଠିତ ହୋଇଯାଇଛି । “ଘାରିଛି କାଳିଆ ନିଶା” ସଙ୍ଗୀତ ଅନୁଷ୍ଠାନ ପକ୍ଷରୁ ସମ୍ପାଦକ ଲକ୍ଷ୍ମଣ ପଟେଲଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଆୟୋଜିତ ସଙ୍ଗୀତ କାର୍ଯ୍ୟକ୍ରମକୁ ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସ୍ବନାମଧନ୍ୟ ଗୀତିକାର ଔପନାସିକ ତପନ ପଟ୍ଟନାୟକଙ୍କ ଅମର ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା ପରେ ତାଙ୍କ ଲିଖତ “ଆସିଛି ଦେଖି ତୋ କଳା ବଦନକୁ” ସ୍ମରଣୀୟ ଭକ୍ତି ସଙ୍ଗୀତକୁ ନବ କିଶୋର ମିଶ୍ର ତାଙ୍କ ସୁଲଳିତ କଣ୍ଠରେ ଗାନ କରି ଉପସ୍ଥିତ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରି ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରାଣକୃଷ୍ଣ ମହାରଣା, ବିଜୟାନନ୍ଦ ମହାପାତ୍ର ପ୍ରମୁଖ ସଙ୍ଗୀତ ପରିବେଷଣ କରିଥିଲେ । କମ୍ରେଡ଼ ବିଶ୍ବନାଥ ମହାପାତ୍ର, ଭାୟୋଲିନ ବାଦକ ପୂର୍ଣ୍ଣଚନ୍ଦ୍ର ଶତପଥି, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ ।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ...